ଭାଙ୍ଗିଲା ରାଜ୍ୟ ଯୋଜନା ବୋର୍ଡ, ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ

Odisha Hot News
1 Min Read

ଭୁବନେଶ୍ବର: ଆଜି ରାଜ୍ୟ ସରକାର ରାଜ୍ୟ ଯୋଜନା ବୋର୍ଡକୁ ଭାଙ୍ଗି ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ସୂଚନା ପ୍ରଦାନ କରାଯାଇଛି। ଏଥିରେ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ରାଜ୍ୟ ଯୋଜନା ବୋର୍ଡକୁ ଭାଙ୍ଗିବା ପାଇଁ ଆସିଥିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଦୀର୍ଘ ବର୍ଷ ଧରି ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ପଦବୀ ଖାଲି ପଡିଛି। ଶେଷ ଥର ପାଇଁ ବିଜେଡି ନେତା ସଂଜୟ ଦାସ ବର୍ମା ଯୋଜନା ବୋର୍ଡର ଉପାଧ୍ୟକ୍ଷ ହୋଇଥିଲେ। ଏଥିରେ ପ୍ରସନ୍ନ ପାଟ୍ଟଶାଣୀ, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ସାଧୁ ନେପାକଙ୍କୁ ସଦସ୍ୟ କରାଯାଇଥିଲା।

ନିୟମ ଅନୁସାରେ ରାଜ୍ୟ ଯୋଜନା ବୋର୍ଡରେ ଜଣେ ଅଧ୍ୟକ୍ଷ, ଜଣେ ଉପାଧ୍ୟକ୍ଷ ଏବଂ 14 ଜଣ ସଦସ୍ୟ ରହିବେ। ହେଲେ ଦୀର୍ଘ ବର୍ଷ ଧରି ଏହି ବୋର୍ଡରେ ପଦବୀ ଖାଲି ପଡିଛି।

Share This Article