ବଙ୍ଗୋପସାଗରରେ ଘନିଭୂତ ହେଉଛି ଲଘୁଚାପ: ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ

Odisha Hot News
1 Min Read

ଭୁବନେଶ୍ଵର: ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଘନିଭୂତ ହେଉଛି। ଏହାର ପ୍ରଭାବ ରାଜ୍ୟର ଅନେକ ସ୍ଥାନରେ ଦୃଶ୍ୟମାନ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏହା ଯୋଗୁଁ ବର୍ଷା ଆରମ୍ଭ ହୋଇଛି। ତେବେ ଏହାକୁ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ କରାଯାଇଛି।

ତେବେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

Share This Article