ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ

Odisha Hot News
0 Min Read

ଭୁବନେଶ୍ଵର: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ବିଭାଗ ଅଧିନସ୍ଥ ବିଭିନ୍ନ ଗୃହ, ରାସ୍ତା ଓ ସେତୁ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ବିକଶିତ ଓଡ଼ିଶା ଗଠନରେ ଗ୍ରାମ୍ଯ ଉନ୍ନୟନ ବିଭାଗର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥିବା ଦର୍ଶାଇ ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସର୍ବୋଚ୍ଚ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ କାର୍ଯ୍ଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Share This Article