ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ମାମଲା: ଗଣମାଧ୍ୟମକୁ ସ୍ପଷ୍ଟିକରଣ ଦେଲେ ମୁଖ୍ୟମନ୍ତ୍ରୀ

Odisha Hot News
0 Min Read

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟିକାରଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି। ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ।

ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ। ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ।

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ।

Share This Article