ସରିଲା ସର୍ବଦଳୀୟ ବୈଠକ: ଯୋଗ ଦେଲା ନାହିଁ କଂଗ୍ରେସ, କ୍ଷୋଭ ପ୍ରକାଶ କଲେ ବିଧାୟକ ତାରା

Odisha Hot News
1 Min Read

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆଜି ବାହସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଉପସ୍ଥିତ ଥିଲେ। କିନ୍ତୁ ବୈଠକରେ ଜଣେ ବି କଂଗ୍ରେସ ବିଧାୟକଙ୍କୁ ଦେଖିବାକୁ ମିଳି ନ ଥିଲା।

ଶାନ୍ତି ଶୃଙ୍ଖଳା ସହ ଅଧିବେସନ ‌ସମ୍ପନ୍ନ କରିବାକୁ ବୈଠକରେ ଆଲୋଚନା କରାଯାଇଥିବା ବାଚସ୍ପତି ସୁରମା ପାଢ଼ୀ ସୂଚନା ପ୍ରଦାନ କରିଛନ୍ତି। ସୋମବାର ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣ ସହିତ ଅଧିବେସନ ଆରମ୍ଭ ହେବ।

ତେବେ ସର୍ବଦଳୀୟ ବୈଠକରେ କଂଗ୍ରେସର କୌଣସି ସଦସ୍ୟ ଯୋଗ ଦେଇପାରିନଥିବାରୁ ବିଧାୟକ ତାରାପ୍ରସାଦ ବାହିନୀପତି କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏତେ ପୁରୁଣା ଦଳ, କଂଗ୍ରେସ ନେତା ବଛା ହୋଇପାରୁ ନାହିଁ। ଏହାକୁ ନେଇ କାହାକୁ କଣ ଦାୟୀ କରିବି, ମୁଁ ନିଜକୁ ଦାୟୀ କରିବି। ମତେ ନେତା ନ କଲେ ବି ଯାହାକୁ କରନ୍ତୁ, ମୋର ଆପତ୍ତି ନାହିଁ। ଦିଲ୍ଲୀରେ ନିଷ୍ପତ୍ତି ନ ହୋଇ ପାରିବାରୁ କେହି ଯୋଗଦେଇ ପାରିଲେନି। ମୁଁ ପିସିସି ସଭାପତିଙ୍କୁ ପଚାରିଥିଲି, କହିଲେ ମୋତେ ନିର୍ଦ୍ଦେଶ ଆସିନି।

ସେପଟେ ସର୍ବଦଳୀୟ ବୈଠକରେ ଯୋଗ ଦେବାପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଠାତ୍ ନବୀନ ନିବାସରେ ପହଞ୍ଚି ଅନୁରୋଧ କରିଥିଲେ। ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେଇ ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଥିଲେ।
Share This Article