ରେଳ ଧାରଣାରୁ ଅଜଣା ଯୁବକର ଖଣ୍ଡ ବିଖଣ୍ଡିତ ମୃତ ଦେହ ଉଦ୍ଧାର

Odisha Hot News
0 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅନ୍ତର୍ଗତ ଲାଞ୍ଜିପଲୀ ଓଭରବ୍ରିଜ୍ ତଳୁ ଜଣେ ଅଜଣା ଯୁବକର ଖଣ୍ଡ ବିଖଣ୍ଡିତ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକର ବୟସ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। କୌଣସି ଏକ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ହେବାପରେ ଶବକୁ ବଡ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖାଯାଇଛି ବୋଲି ପୋଲିସ ସୁତ୍ରରୁ ଜଣାପଡିଛି ଓ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Share This Article