ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହାର ପ୍ରଭାବରେ…

Odisha Hot News
1 Min Read

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି।

ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷାର ଆଶଙ୍କା ରହିଛି।

 

Share This Article