ୱାକଫ ବିଲ କୁ ବିଜେଡି ବିରୋଧ କରିବ, ସଂଖ୍ୟା ଲଘୁମାନଙ୍କୁ ସାକ୍ଷାତ କରି ପ୍ରତିଶୃତି ଦେଲେ ନବୀନ

Odisha Hot News
1 Min Read

ଭୁବନେଶ୍ବର: ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ସମ୍ବୋଧନ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶାନ୍ତି ଓ ସଦଭାବନା ହିଁ ପ୍ରଗତି ର ଭିତ୍ତି। ଏଥି ଯୋଗୁଁ ହିଁ ଓଡିଶା ବିଭିନ୍ନ କ୍ଷେତ୍ର ର ପ୍ରଗତି ହାସଲ କରିପାରିଛି। ତେଣୁ ସାମ୍ପ୍ରଦାୟିକ ସଦଭାବନା ବଜାୟ ରଖିବା ପାଇଁ କାମ କରିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।

ସେ କହିଥିଲେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ର ସଂଖ୍ୟାଲଘୁ ଭାଇ ଭଉଣୀ ମାନେ ତାଙ୍କୁ ପ୍ରତିଦିନ ଭେଟୁଛନ୍ତି। ସେମାନଙ୍କ ମନରେ ଅସୁରକ୍ଷା ଭାବନା ରହୁଥିବା ବିଷୟରେ ସେମାନେ ଜଣାଉଛନ୍ତି।

ବିଜେଡି ୱାକଫ ବିଲ କୁ ବିରୋଧ କରିବ ବୋଲି ଶ୍ରୀ ପଟ୍ଟନାୟକ ସ୍ପଷ୍ଟ କରିଥିଲେ.
ଓଡିଶା ସଦଭାବନା ଓ ଭାଇଚାରା ପାଇଁ ପ୍ରସିଦ୍ଧ. ଓଡିଶା ର ସାଂସ୍କୃତିକ ବିବିଧତା ଆମର ଗୌରବ। ଦେଶ ର ପ୍ରଗତି ରେ ସଂଖ୍ୟାଲଘୁ ମାନଙ୍କ ଅବଦାନ କୁ ସ୍ମରଣ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସମସ୍ତଙ୍କ ସହଯୋଗ ଏକ ସମୃଦ୍ଧ ରାଷ୍ଟ୍ର ଗଠନ ପାଇଁ ଜରୁରୀ।

ସାମ୍ପ୍ରଦାୟିକ ସଦଭାବନାକୁ ଭାରତୀୟ ସଂସ୍କୃତି ର ମୂଳଧାର ବୋଲି ବର୍ଣ୍ଣନା କରି ସମାଜ ର ଦୁର୍ବଳ ବର୍ଗ ର କଲ୍ୟାଣ ପାଇଁ ବିଜେଡି ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ବୌଦ୍ଧ ଶିଖ ମୁସଲିମ ଓ ଖ୍ରୀଷ୍ଟିଆନ ଧର୍ମ ର ପ୍ରତିନିଧିମାନେ ଶ୍ରୀ ପଟ୍ଟନାୟକ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସାଂସଦ ମୁନା ଖାଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Share This Article