ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

Odisha Hot News
1 Min Read

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

Share This Article