ନୂଆପଡା ଜିଲ୍ଲା ର ନିର୍ବାଚିତ ପ୍ରତିନିଧି ଓ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

Odisha Hot News
1 Min Read

ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ନୂଆପଡା ଜିଲ୍ଲା ର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା। ନୂଆପଡା ର ବିକାଶ ପାଇଁ ବିଜେଡି ସରକାର ସମୟ ରେ ଅନେକ କାମ ହୋଇଛି।

ଦରଦାମ ବୃଦ୍ଧି ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପନିପରିବା ଠାରୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ର ଦରବୃଦ୍ଧି ଏବେ ଚିନ୍ତାଜନକ. ଏହାକୁ ରୋକିବାରେ ସରକାର ବିଫଳ ହୋଇଛନ୍ତି ବୋଲି ଶ୍ରୀ ପଟ୍ଟନାୟକ କହିବା ସହ ସାଧାରଣ ଲୋକଙ୍କ ସୁଖ ଦୁଃଖ ରେ ସାମିଲ ହୋଇ କାମ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ବିଜେଡିର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ରାଜେନ୍ଦ୍ର ଢୋଲକିଆ ,ବିଧାୟକ ଅଧୀରାଜ ପାଣିଗ୍ରାହୀ , ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ପଂଚାୟତ ପ୍ରତିନିଧି ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ।

Share This Article