ଆହୁରି ଦୁଇଦିନ ଧରି ଛେଚିବ ବର୍ଷା, ଲଘୁଚାପ ରହିଛି ସକ୍ରିୟ,୬ଟି ଜିଲ୍ଲାକୁ ସତର୍କତା ଜାରି

Odisha Hot News
1 Min Read

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ପ୍ରବଳ ବର୍ଷା। ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ବର୍ତ୍ତମାନ ଲଘୁଚାପ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି। ପ୍ରଭାବରେ ଆଜି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି । ତେବେ ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ।

 

Share This Article