କଟକ ଭୁବନେଶ୍ବର ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

Odisha Hot News
1 Min Read

ଭୁବନେଶ୍ବର: ଗତକାଲି ରାଜ୍ୟ ସରକାର ଆଇପିଏସ ସ୍ତରରେ ଅଦଳବଦଳ କରିବା ପରେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି କଟକ ଭୁବନେଶ୍ବର ପୋଲିସ କମିଶନର। ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।

୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଏହା ପୂର୍ବରୁ ସେ ଏଡିଜି ଅପରେସନରେ କାର୍ଯ୍ୟ କରୁଥିଲେ।  ସେ ଭୁବନେଶ୍ବର କମିଶନରେଟ ଅଫିସରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।

Share This Article