ଆସନ୍ତାକାଲି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା, ଆକାଉଣ୍ଟରେ ଡିପୋଜିଟ ହେବ ୨୦ ହଜାର କୋଟି

Odisha Hot News
1 Min Read

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତ କରି ସେଠାରେ ସେ ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସିଧା ପଠାଇବେ। ଏଥିସହିତ ସେଠାରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ରହିଛି।

କୃଷକମାନଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରାୟ ୯.୪ କୋଟି କୃଷକଙ୍କୁ ପାଖାପାଖି ୨୦,୦୦୦ କୋଟି ଟଙ୍କାର ପିଏମ-କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ ।୧୮ତମ କିସ୍ତି ଜାରି ହେବା ପରେ ପିଏମ-କିଷାନ ଯୋଜନା ଅଧୀନରେ କୃଷକମାନଙ୍କୁ ପ୍ରଦାନ କରାଯାଇଥିବା ମୋଟ ପାଣ୍ଠି ପ୍ରାୟ ୩.୪୫ ଲକ୍ଷ କୋଟି ଟଙ୍କା ହେବ।

ଏହାବ୍ୟତୀତ ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ ପ୍ରାୟ ୨,୦୦୦ କୋଟି ଟଙ୍କା ପ୍ରଦାନ କରୁଥିବା ନମୋ ସେତକାରୀ ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିର ଶୁଭାରମ୍ଭ କରିବେ ।

Share This Article