ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା, କିଛି ସମୟ ପରେ ଯାଞ୍ଚ କରନ୍ତୁ ଆକାଉଣ୍ଟ

Odisha Hot News
1 Min Read

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ। ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତ କରି ସେଠାରେ ସେ ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସିଧା ପଠାଇବେ। ଏଥିସହିତ ସେଠାରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

କୃଷକମାନଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରାୟ ୯.୪ କୋଟି କୃଷକଙ୍କୁ ପାଖାପାଖି ୨୦,୦୦୦ କୋଟି ଟଙ୍କାର ପିଏମ-କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ।ଏହି କିସ୍ତି ଜାରୀ ପରେ ପିଏମ-କିଷାନ ଯୋଜନା ଅଧୀନରେ କୃଷକମାନଙ୍କୁ ପ୍ରଦାନ କରାଯାଇଥିବା ମୋଟ ପାଣ୍ଠି ପ୍ରାୟ ୩.୪୫ ଲକ୍ଷ କୋଟି ଟଙ୍କା ହେବ।

Share This Article