ଆଜି ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜାଣନ୍ତୁ କାରଣ

Odisha Hot News
1 Min Read

ଭୁବନେଶ୍ବର: ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ସେ ଏହି ଗସ୍ତ କରିବେ। ଆସନ୍ତାକାଲି ଗୃହ ବିଭାଗ ତରଫରୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗ ଦେବେ। ତାଙ୍କ ସହିତ ଓଡିଶା ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜି ମଧ୍ୟ ଗସ୍ତ କରିବେ।

କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଶେଷ ଥର ପାଇଁ ୦୬ ଅକ୍ଟୋବର, ୨୦୨୩ରେ ଏଲଡବ୍ଲୁଇ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏଲଡବ୍ଲୁଇ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ । ସେହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଏଲଡବ୍ଲୁଇ ଉଚ୍ଛେଦ ସଂକ୍ରାନ୍ତରେ ବ୍ୟାପକ ନିର୍ଦ୍ଦେଶ ଦେଇଥିଲେ। ଏହାପରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେ ନେଇ ଏହି ବୈଠକରେ ଆଲୋଚନା କରିବେ।

Share This Article