ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

Odisha Hot News
1 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ଘର ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ନିକଟ ସାତପହଣ୍ଡିଆ ଓ କଂଗ୍ରେସ ଦଳର ଦୃଢ଼ ସମର୍ଥକ ବୋଲି ଜଣାପଡିଛି। ମୃତ ଯୁବକର ଦେହରେ ଏକାଧିକ କ୍ଷତ ଚିହ୍ନ ରହିଛି ଓ ବିଶେଷ କରି ଗଳାରେ କଟା ଦାଗ ଥିବାରୁ ଏହା ଏକ ହତ୍ୟା ବୋଲି ସନ୍ଦେହ କରାଯାଉଛି। ଯେତେ ଦୁର ସମ୍ଭବ ପୁର୍ବ ଶତ୍ରୁତ ରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ଯବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Share This Article