ଶରୀରରେ ନିଆଁ ଲଗାଇ ଯୁବତୀଙ୍କ ଆତ୍ମହତ୍ୟା: କାରଣ ଖୋଜୁଛି ପୋଲିସ

Odisha Hot News
1 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୁକୁଡାଖଣ୍ଡି ବ୍ଲକ ସମ୍ମୁଖ ଏକ ଭଡାଘରେ ରହୁଥିବା ଜନୈକ ଯୁବତୀ ଶରୀରରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ସୋମବାର ଦିନ ରାଣୀ ପ୍ରଧାନ (୨୧) ନାମକ ଜଣେ ଯୁବତୀ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ନିଆଁରେ ଜଳି ଛଟପଟ ହେଉଥିବା ବେଳେ ସ୍ଥାନୀୟ ଲୋକେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

କିନ୍ତୁ ଚିକିତ୍ସାଧୀନ ସମୟରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଆତ୍ମହତ୍ୟାର କାରଣ ବାପା ଝିଅର କଳି ଯୋଗୁଁ ବୋଲି ଶୁଣିବାକୁ ମିଳୁଛି। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Share This Article