ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

Odisha Hot News
1 Min Read

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ୟୁନିଟ -୮ସ୍ଥିତ ଗୋପବନ୍ଧୁ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ ଦାସ,ଉପ ନିର୍ଦ୍ଦେଶକା (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଲୋକ ସମ୍ପର୍କ ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିଚାରଣ କରିଥିଲେ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅନ୍ୟାନ୍ୟ ଅଧିକାରୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା,ବୁଦ୍ଧିଜୀବୀ, ସମାଜସେବୀ, ରାଜନୈତିକ ନେତୃବୃନ୍ଦ,ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Share This Article