ଖୋର୍ଦ୍ଧାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

Odisha Hot News
1 Min Read

ଖୋର୍ଦ୍ଧା: ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏବଂ ପୋଷଣ ଖୋର୍ଦ୍ଧାର ମିଳିତ ସ‌ହ‌ଯୋଗରେ ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସଭା ଗୃହ ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଅଛି। ଏହି ଦିବସ ଅବସରରେ ମୂଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଭାପତି ରୂପଶ୍ରୀ ରାଣୀ ଗୁମାନ ସିଂ, ସମ୍ମାନିତ ଅତିଥି ଭାବରେ ଖୋର୍ଦ୍ଧା ଅରକ୍ଷୀ ଅଧିକ୍ଷିକା ସାଗରିକା ନାଥ ଯୋଗ ଦେବା ସହିତ ଆଜିର ସମୟରେ ଶିଶୁ କନ୍ୟା ଭବିଷ୍ୟତର ନାରୀ ଏବଂ ଆଜିର ଶିଶୁ କନ୍ୟାମାନଙ୍କୁ ଆମ୍ଭେମାନେ ସୂଚାରୁ ରୂପେ ଦାୟିତ୍ଵ ନେବା ଉଚିତ ଯାହା ଫଳରେ କି ଭବିଷ୍ୟତରେ ଏକ ସୁସ୍ଥ ସମାଜ ଗଠନରେ ସହାୟକ ହୋଇପାରିବ ବୋଲି ଅତିଥିମାନେ କହିଥିଲେ। କେନ୍ଦ୍ର ସରକାରଙ୍କ ବେଟୀ ବଚାଓ ବେଟୀ ପଢାଓ ଯୋଜନା ମାଧ୍ଯମରେ ଶିଶୁ କନ୍ୟା ମାନଙ୍କୁ ଆଗକୁ ବଢିବା ପାଇଁ ପ୍ରୋତ୍ସାହିତ କରାଯାଇଥିବା ଅରକ୍ଷୀ ଅଧିକ୍ଷିକା ସାଗରିକା ନାଥ ଆଲୋକପାତ କରିଥିଲେ।

ସେହିପରି ଅନ୍ୟମାନଙ୍କ ମଧ୍ୟରେ ଟାଙ୍ଗୀ ପଞ୍ଚାୟତ ସମିତି ଅଧ୍ଯକ୍ଷା ରିସ୍ନା ମାନ୍ଧତା, ଜଟଣୀ ପୌର ପରିଷଦ ଅଧ୍ୟକ୍ଷ ଅନନ୍ତ ନାରାୟଣ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଣି ବାଣୀଶ୍ରୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଏହି ଦିବସ ଉପରେ ଆଲୋକପାତ କରିଥିଲେ। ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଶିଶୁ କନ୍ୟା ଦିବସ ର ଗୁରୁତ୍ଵ ଉପରେ ସମସ୍ତଙ୍କୁ ଅବଗତ କରାଇଥିଲେ।

ଏହି ଦିବସରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀକ ଲାଭ କରିଥିବା ଶିଶୁ କନ୍ୟା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ପରମର୍ଶଦାତ୍ରୀ ମନସ୍ବିନୀ ମହାପାତ୍ର, ପୋଷଣ ଜିଲା ସଂଯୋଜିକା ଅଭିଲିପ୍ସା, ଅର୍ଚ୍ଚନା ରାୟ, ରିତାଞ୍ଜାଳୀ ମହାନ୍ତି ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Share This Article