ଶରୀରରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଅଭିଯୁକ୍ତ ପିତା ଓ ମାତାଙ୍କୁ କୋର୍ଟ ଚାଲାଣ

Odisha Hot News
1 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ସୋମବାର ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ କୁକୁଡାଖଣ୍ଡି ଗ୍ରାମରେ ଘଟିଥିବା ଲୋମ ଟାଙ୍କୁରା ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶରୀରରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପିତା ଓ ମାତାଙ୍କୁ ଗିରଫ କରିବା ସହ ଉଭୟଙ୍କୁ କୋର୍ଟ ଚାଲାଣ କରିଛି।

ମେଧାବୀ ଛାତ୍ରୀ “ରାଣୀ ପ୍ରଧାନ” ଆତ୍ମହତ୍ୟା ଘଟଣାକୁ ନେଇ ପୋଲିସର ପୁଙ୍ଖାନୁପୁଙ୍ଖ ତଦନ୍ତ ସ୍ବରୂପ ସାହି ପୋଡଶୀଙ୍କ ବୟାନ ଓ ଛାତ୍ରୀଙ୍କ ଓଡିଓ କ୍ଲିପ୍ କୁ ଭିତ୍ତି କରି ଦୁଇ ଅଭିଯୁକ୍ତ ଯଥା ପିତା ଅଶୋକ କୁମାର ପ୍ରଧାନ ଓ ସାବତ ମାଁ ଜ୍ୟୋତ୍ସ୍ନା ରାଣୀ ପ୍ରଧାନକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ବିଶେଷକରି ମଦ୍ୟପ ପିତାର ଅସହ୍ୟ ନିର୍ଯ୍ୟାତନା ସହିନପାରି ରାଣୀ ଏହି ଭଳି ପଦକ୍ଷେପ ନେଇଥିବା ସେ ଆତ୍ମହତ୍ୟା ସମୟରେ ଦେଇଥିବା ବୟାନରୁ ଜଣାପଡିଛି। ଯାହା ସେ ଆତ୍ମହତ୍ୟା ସମୟରେ ଉତ୍ତୋଳନ ହୋଇଥିବା ଭିଡିଓ ବହୁ ପରିମାଣରେ ଭାଇରଲ୍ ହୋଇଛି ଓ ଏହି ଭିଡିଓରୁ ବଳିଷ୍ଠ ପ୍ରମାଣ ମିଳିଛି।

ଏହି ସବୁ ପ୍ରମାଣକୁ ଆଧାର କରି ସଦର ଥାନା ପୋଲିସ୍ ଉକ୍ତ ଦମ୍ପତିଙ୍କୁ ମାମଲା ନଂ ୩୨୦/୨୪ ଓ ଦଫା ୧୦୮/୩ (୫) ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

Share This Article