ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ବର: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ ହୋଇଯାଇଛି।ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା

ଗଞ୍ଜାମ ଜିଲ୍ଲା କୋଦଳା ଓ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ ୨୦୦୪ ଏବଂ ୨୦୦୯ ମସିହାରେ ଦୁଇଥର ବିଧାୟକ ରୂପେ ନିର୍ବାଚିତ ହୋଇଥିଲେ। ତୃଣମୂଳ ସ୍ତରରୁ ବିଜେପିର ସାଙ୍ଗଠନିକ କାର୍ଯ୍ୟ କରି ଦଳକୁ ସୁଦୃଢ଼ କରିବାରେ ତାଙ୍କ ଅବଦାନ ଅତୁଳନୀୟ।

ତାଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ନିରଞ୍ଜନ ପ୍ରଧାନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ଜଣେ ସୁଦକ୍ଷ ଓ ଜନସେବା ପ୍ରତି ସମର୍ପିତ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ।

Share This Article