ସାବଧାନ, ଆପଣ କିଛି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରୁଛନ୍ତି କି ? ତେବେ ଶୁଣନ୍ତୁ କଣ କହୁଛନ୍ତି ଚାଣକ୍ୟ

Odisha Hot News
1 Min Read

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ।

ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Share This Article