ଶପଥ ଉତ୍ସବରେ ଯୋଗ ପାଇଁ ହରିୟାନା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯିବେ ମଧ୍ୟ ମୁମ୍ବାଇ

Odisha Hot News
1 Min Read

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ।

ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ Oberoi ଠାରେ ଆଗାମୀ ‘Make In Odisha’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ।

Share This Article