କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ପରଲୋକ

Odisha Hot News
1 Min Read

ଭୁବନେଶ୍ବର: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ଆଜି ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଆଜି ସକାଳେ ତାଙ୍କର ପରଲୋକ ହୋଇଛି ବୋଲି ତାଙ୍କର ପୁଅ କଳିଙ୍ଗ କେଶରୀ ପରିଡା କହିଛନ୍ତି।

୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡାର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ବ ତୁଲାଇଥିଲେ। ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

Share This Article