ବାତ୍ୟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାର ସ୍କୁଲ ତିନିଦିନ ପାଇଁ ଛୁଟି ଘୋଷଣା

Odisha Hot News
1 Min Read

ଭୁବନେଶ୍ବର: ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲା। ଏହି ଜିଲ୍ଲାର ସ୍କୁଲ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ରାଜ୍ୟରେ ବାତ୍ୟା ‘ଦାନା’ ପାଇଁ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଆଗୁଆ ପଦକ୍ଷେପ ସ୍ୱରୂପ ସ୍କୁଲ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ଏ ସଂପର୍କରେ ଏସଆରସି ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

Share This Article