ବାରହା ଆକ୍ରମଣରେ ବୃଦ୍ଧାଙ୍କ ପ୍ରାଣହାନୀ

Odisha Hot News
1 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଶୋଭା ତରାଇ ନାମ୍ନୀ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ନିଜ ଜମିର ଧାନ ଫସଲ ଦେଖିବାକୁ ଯାଇଥିବାବେଳେ ବାରହା ଆକ୍ରମଣର ଶୀକାର ହୋଇଛନ୍ତି। ବହୁତ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ଘର ଲୋକ ବିଲ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧାକୁ ଉଦ୍ଧାର କରିଥିଲେ।

ପରିବାର ଲୋକେ ଉକ୍ତ ବୃଦ୍ଧାଙ୍କୁ ଏକ ଗାଡ଼ି ଯୋଗେ ଛତ୍ରପୁର ଡାକ୍ତରଖାନାକୁ ନେଇଥିଲେ ଓ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Share This Article