ଓଡିଶାରେ ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

Odisha Hot News
1 Min Read

ଭୁବନେଶ୍ବର: ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା। ସେ ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କ ସହିତ ସାକ୍ଷାତ କରିଥିଲେ।

ଏହାପରେ ବିର୍ଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ରାଜଭବନରେ ବିର୍ଲାଙ୍କୁ ସାକ୍ଷାତ କରିଥିଲେ। ସେଠାରେ ଉଭୟ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କିଛି ସମୟ ପାଇଁ ଆଲୋଚନା କରିଥିଲେ। ବିର୍ଲା ଏକ ଘରୋଇ ବିଶ୍ବବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଗସ୍ତରେ ଆସିଛନ୍ତି।

Share This Article