ବିହାରରେ ମୃତ ଦୁଇ ଓଡିଆ ଶ୍ରମିକ ପରିବାର ପାଇଁ କ୍ଷତିପୁରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ବର: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ସୂଚନା ଯୋଗ୍ୟ ଯେ ନୟାଗଡ ଜିଲ୍ଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରାଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଦୁଇ ମୃତ ଶ୍ରମିକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୬ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

Share This Article