କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ

Odisha Hot News
1 Min Read

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌-୨୦୨୫ (ଅଂଚଳ ଭିତ୍ତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି।

ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ସୋଆ ୨୦୨୪ରେ ୧୪୩ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୨୫ରେ ୬୪ ତମ ସ୍ଥାନରେ ପହଂଚିଛି। ସେହିପରି ଏସିଆ ୟୁନିଭର୍ସିଟି ର‌୍ୟାଙ୍କିରେ ୨୦୨୪ରେ ସୋଆ ୫୦୧-୫୫୦ ବ୍ରାକେଟରେ ଥିବାବେଳେ ୨୦୨୫ରେ ଏଥିରେ ଉନ୍ନତି ହୋଇ ୨୭୮ ସ୍ଥାନରେ ପହଂଚିଛି ସୋଆ।
କ୍ୟୁଏସ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଂରେ ୨୦୨୪ରେ ସୋଆ ୧୨୦୧-୧୪୦୦ ବ୍ରାକେଟରେ ଥିବାବେଳେ ନିକଟରେ ପ୍ରକାଶ ପାଇଥିବା ତାଲିକାରେ ଏହି ସ୍ଥିତିକୁ ବଜାୟ ରଖିଛି।

ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‌୍ୟାଙ୍କିଂ ଫ୍ରେମ୍‌ୱାର୍କ (ଏନଆଇଆରଏଫ) ର‌୍ୟାଙ୍କିଂ ୨୦୨୪ ରେ ସୋଆ ଦେଶରେ ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ର‌୍ୟାଙ୍କ ପାଇଥିଲା। ୨୦୧୬ ରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଏନଆଇଆରଏଫ ର‌୍ୟାଙ୍କିଂରେ ପ୍ରତିଥର ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସ୍ଥାନୀତ କରିପାରିଛି ସୋଆ।

Share This Article