ଶ୍ରୀମନ୍ଦିରରେ ଧ୍ଵଜା ବନ୍ଧା ନୀତି ଅପରାହ୍ନ ୩.୩୦ ରୁ ୪.୦୦ ଘଟିକା ଧାର୍ଯ୍ୟ 

Odisha Hot News
1 Min Read

ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ ଯୋଗୁଁ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩.୩୦ ରୁ ୪.୦୦ ଘଟିକା ମଧ୍ୟରେ କରିବା ପାଇଁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି।  ଏନେଇ ଚୁନରା ସେବକଙ୍କୁ ସ୍ଵତନ୍ତ୍ର କାର୍ଯ୍ୟାଳୟ ଆଦେଶ ନିର୍ଗମନ କରାଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ଵଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

ଧ୍ଵଜା ବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହ ଦ୍ଵାର ବାହାର ମାର୍ଗରେ/ରାସ୍ତାରେ ବହୁତ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩.୩୦ ମି ସମୟରେ ଧ୍ଵଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି।

ଏନେଇ ଚୁନରା ସେବକଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ୟତିକ୍ରମ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Share This Article