୩ ନୂଆ ଜିଲାକୁ ଛୁଇଁଲା କରୋନା:ରାଜ୍ୟରେ ଆଉ ୩ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି

Odisha Hot News
1 Min Read

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରୁ ପ୍ରଥମ ଥର ପାଇଁ ଜଣେ ଲେଖାଏ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪ ଜିଲାରେ କରୋନା ପଜିଟିଭ୍‌ ମିଳିଛନ୍ତି।

ପ୍ରକାଶ ଯେ, ଆଜି ସୁଦ୍ଧା ରାଜ୍ୟରେ ୨୯୧୦୮ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୧୨୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୮୩ ଆକ୍ଟିଭ କେସ୍‌ ରହିଛି। ସେହିଭଳି ୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ବାଲେଶ୍ୱର, ଭଦ୍ରକ, କଟକ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି, କେନ୍ଦାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ସୁନ୍ଦରଗଡ଼ା ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏବେ ପୁଣି ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏହି ତାଲିକାରେ ସାମିଲ ହୋଇଛନ୍ତି।

Share This Article
Leave a Comment