ଖୋର୍ଦ୍ଧା: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

Odisha Hot News
1 Min Read

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୩୦ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୬ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ
ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା,
ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଜ୍ୟୋତି ଶଙ୍କର ସାହୁ, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ସି ଡ଼ି ଏମ୍ଓ (ଭାରପ୍ରାପ୍ତ) ଡଃ ଜୀବନ୍ତ ଆଚାର୍ଜୀ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଖୋର୍ଦ୍ଧା ବିଡିଓ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ, ଜିଲ୍ଲା ସୂଚନା ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Share This Article