ଓଡ଼ିଶାରେ ରେଳ ବିକାଶ ପାଇଁ 73,723 କୋଟି ମଞ୍ଜୁର: ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରେଳମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ଵର: ଓଡ଼ିଶାରେ ରେଳ ବିକାଶ ପାଇଁ 73,723 କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକୁ ନେଇ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଖୁସିବ୍ୟକ୍ତ କରିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀଙ୍କୁ ରେଳ ମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି।

ସେ ଆଜି ‘ଏକ୍ସ’ ରେ ଲେଖିଛନ୍ତି ଯେ, ”ଓଡ଼ିଶାରେ ରେଳ ବିକାଶ ପାଇଁ 73,723 କୋଟି ଟଙ୍କା ମଞ୍ଜୁର କରିଥିବାରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ଓଡ଼ିଶାର ଅର୍ଥନୈତିକ ହିତକୁ ବଜାୟ ରଖାଯିବ। ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର କରାଯାଇଛି। ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ 107 କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର 59 ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଅଛି।

ମୋଦୀ 3.0 ସମୟରେ 19,289 କୋଟି ଟଙ୍କା ବ୍ୟୟ ଅଟକଳରେ 8 ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି।

୧. ଗୁଣୁପୁର-ଥେରୁବାଲି ନୂତନ ରେଳ ଲାଇନ

୨. ଜୁନାଗଡ଼ ରୋଡ଼-ନବରଙ୍ଗପୁର ନୂତନ ରେଳ ଲାଇନ

୩. ମାଲକାନଗିରି-ପଣ୍ଡୁରଙ୍ଗାପୁରମ ଭାୟା ଭଦ୍ରାଚଳମ ନୂତନ ରେଳ ଲାଇନ

୪. ବାଦାମପାହାଡ଼-କେନ୍ଦୁଝରଗଡ଼ ନୂତନ ରେଳ ଲାଇନ

୫. ବାଙ୍ଗିରିପୋଷି-ଗୋରୁମହିଷାଣୀ ନୂତନ ରେଳ ଲାଇନ

୬. ବୁଡ଼ାମରା-ଚାକୁଳିଆ ନୂତନ ରେଳ ଲାଇନ

୭. ସରଡ଼େଗା-ଭାଲୁମୁଡା ନୂତନ ଦୋହରୀକରଣ ରେଳ ଲାଇନ

୮. ବରଗଡ଼ ରୋଡ଼-ନୂଆପଡା ରୋଡ଼ ନୂତନ ରେଳ ଲାଇନ

Share This Article