ବିଜେପିରେ ଯୋଗ ଦେଲେ ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା ପ୍ରମିଳା ପ୍ରଧାନ

Odisha Hot News
1 Min Read

ଭୁବନେଶ୍ୱର: ସୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବେଲଗୁଣ୍ଠା ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପ୍ରମିଳା କୁମାରୀ ପ୍ରଧାନ, ବେଲଗୁଣ୍ଠାର ପୂର୍ବତନ ସରପଂଚ ପ୍ରମୋଦ କୁମାର ପ୍ରଧାନ ପ୍ରମୁଖ ବିଜେଡି ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସେମାନଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ।ବିଜେପିର ନୀତି ଓ ଆଦର୍ଶରେ ଏବଂ ଯଶସ୍ୱୀ ପଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶମୁଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଛନ୍ତି ବୋଲି ଶ୍ରୀମତୀ ପ୍ରଧାନ କହିଛନ୍ତି।

ଏହି ମିଶ୍ରଣ ପର୍ବରେ ସୋରଡା ବିଧାୟକ ଶ୍ରୀ ନୀଳମଣି ବିଶୋୟୀ, ସ୍ୱଚ୍ଛ ଭାରତ ଅଭିଯାନ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଶ୍ରୀ ମହେଶ୍ୱର ମହାନ୍ତି ଓ ଅନ୍ୟ କାର୍ଯ୍ୟକର୍ତାମାନେ ଉପସ୍ଥିତ ଥିଲେ।

Share This Article