ଜାତୀୟସ୍ତରରେ ପୁରସ୍କୃତ ହେଲା କୋରାପୁଟ

Odisha Hot News
1 Min Read

ଭୁବନେଶ୍ଵର: ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଛନ୍ତି। କୋରାପୁଟ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ପୁରସ୍କାର ଗ୍ରହଣ କରିଥିଲେ।

ଏହି ଅବସରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ।ଏହି ବାବଦରେ କୋରାପୁଟ ଜିଲ୍ଲା ୩ କୋଟି ଟଙ୍କାର ପୁରସ୍କାର ରାଶି ପାଇଛି। ଜାତୀୟ ସ୍ତରରେ ଦ୍ବିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। କୋରାପୁଟ ଜିଲ୍ଲା ତଥା ଓଡ଼ିଶା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା କହିଛନ୍ତି।

ଏହି ପୁରସ୍କାର ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ ପାଇଁ ଉତ୍ସର୍ଗୀକୃତ ଏବଂ ଏହି ସଫଳତା ପାଇଁ ଜିଲ୍ଲାର ସମସ୍ତ ପଂଚାୟତରାଜ ଜନ ପ୍ରତିନିଧିଙ୍କ ଭୂମିକା ପ୍ରଶଂସୀୟ ବୋଲି ଜିଲ୍ଲାପାଳ କହିଛନ୍ତି।

Share This Article