ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ହେବ ଅନୁଷ୍ଠିତ 

Odisha Hot News
1 Min Read

ପୁରୀ: ଶ୍ରୀମନ୍ଦିରରେ ଆଜି ଗୁରୁବାର ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ରତ୍ନବେଦୀରେ ମହାପ୍ରଭୁଙ୍କର ଏହି ବନକଲାଗି ନୀତି ସମ୍ପର୍ଣ୍ଣ କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗ ବ୍ୟବହାର କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୬ଟା ରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Share This Article