ମାଲକାନଗିରି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରକଳ୍ପଗୁଡିକର ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ଵର: ମାଲକାନଗିରି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରକଳ୍ପଗୁଡିକର ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି ପ୍ରକଳ୍ପ ଗୁଡିକୁ ଶେଷ କରିବା ନେଇ ସେ ପରାମର୍ଶ ଦେଇଛନ୍ତି। ଜିଲ୍ଲା ପରିଷଦ ସଭା ଗୃହରେ ଅନୁଷ୍ଠିତ ବୈଠକରେ ଜିଲ୍ଲାରେ ରେଳ ପ୍ରକଳ୍ପ, ଜାତୀୟ ରାଜପଥ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ ଗୃହ ବିଭାଗ, ଆଇ.ଟି. ଡି. ଏ ବିଭାଗର ବିଭିନ୍ନ ଯୋଜନା ନିର୍ଦ୍ଧାରିତ ସମୟରେ କାର୍ଯ୍ୟକାରୀ କରାଯିବା ନେଇ ଆଲୋଚନା ହୋଇଥିଲା।

ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝି, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୁପା ରୋଶନ ସାହୁ, ଦକ୍ଷିଣାଞ୍ଚଳ ଡି.ଆଇ.ଜି ନୀତି ଶେଖର, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଡି.ଏଫ.ଓ ପ୍ରତାପ କତାପାଲ୍ଲୀ ପ୍ରମୁଖ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

Share This Article