ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ୧୭୦ରେ ପହଞ୍ଚିଛି ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି ।
First Health Update, 5th May
One positive in Ganjam
18 yr Male
(Surat returnee. In Govt quarantine)
Contact tracing and follow-up action is being done.
Tota Covid19 Positive Case :170
— I & PR Department, Odisha (@IPR_Odisha) May 5, 2020
ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ଏବଂ ତାଙ୍କ ବୟସ ୧୮ବର୍ଷ ବୋଲି ଜଣାପଡିଛି । ସଂକ୍ରମିତ ଜଣଙ୍କ ପୁରୁଷ ଏବଂ ସେ କିଛି ଦିନ ତଳେ ସୁରଟରୁ ଫେରିଥିଲେ । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ