ଭୁବନେଶ୍ୱର: ଆଜି ରାଜ୍ୟରେ ଦ୍ଵିତୀୟ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି | ଏହି ୭୭ ବର୍ଷୀୟ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ହୋଇଥିବାବେଳେ ତାଙ୍କର ମଧୁମେହ ସହ କିଡ଼ନୀ ଜନିତ ସମସ୍ୟା ଥିଲା | ଗତକାଲି କିମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା | ତେବେ ଠିକ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ ହୋଇଛି | ଏପ୍ରିଲ ୬ ତାରିଖରେ ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିଲା |
Sorry to inform that 77 year old, male COVID positive case of Madhusudan Nagar, Bhubaneshwar who had underlying co-morbidities of hypertension, diabetes and kidney disease expired yesterday
at KIMS.
— H & FW Dept Odisha (@HFWOdisha) May 6, 2020
ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୧୧୫ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି |