ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା ଆରମ୍ଭ

Odisha Hot News
1 Min Read

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା ଆରମ୍ଭ ନେଇ ସୂଚନା ପ୍ରଦାନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ନାଟମଣ୍ଡପରେ ସ୍ୱତନ୍ତ୍ର ବେରିକେଡ଼ ଦ୍ୱାରା ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା। ବ୍ୟାରିକେଡ଼ ଭିତରେ ପୁରୁଷ, ମହିଳା, ଶିଶୁ, ବୟସ୍କ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ଲାଇନ ବ୍ୟବସ୍ଥା କରାଯିବ।‌ ଓବିସିସି ଦ୍ୱାରା ଏହି ନୂତନ ବ୍ୟବସ୍ଥା କରାଯାଉଥିବା ବେଳେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ନିଆଯିବ ପଦକ୍ଷେପ। ତେବେ ଦିବ୍ୟାଙ୍ଗ ଭକ୍ତଙ୍କ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ନେଇ ଖୁବଶୀଘ୍ର ସେବାୟତଙ୍କ ସହ ଆଲୋଚନା କରାଯିବ।

ଶ୍ରୀମନ୍ଦିରରେ ବିଶୃଙ୍ଖଳା ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆନନ୍ଦ ବଜାରରେ ଶୃଙ୍ଖଳାକୁ ଆହୁରି କଡ଼ାକଡ଼ି କରାଯିବ। ସେହିପରି ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ମଧ୍ୟ ମହାପ୍ରଭୁଙ୍କ ନୀତି କାନ୍ତିକୁ ଦୃଷ୍ଟିରେ ରଖାଯାଇ କରାଯିବ। ନୀତିକାନ୍ତି ଶୃଙ୍ଖଳିତ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଥିବା ମୁଖ୍ୟ ପ୍ରଶାସକ ଆଜି ମତ ରଖିଛନ୍ତି।

Share This Article