ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

Odisha Hot News
1 Min Read

ଭୁବନେଶ୍ବର: ଆଜି ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ 60 ବର୍ଷ ବୟସ ହୋଇଥିଲା। ସେ ହୃଦଘାତରେ ମୃତ୍ୟୁବରଣ କରିଥିବାର ଜଣାପଡିଛି।

ସେ ରହୁଥିବା ଏକ ଗେଷ୍ଟ ହାଉସରେ ଚେତାଶୂନ୍ୟ ହୋଇପଡିଥିବାର ଦେଖିବାକୁ ମିଳିଥିଲା। ଏହାପରେ ତାଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ଶବ ବ୍ୟବଚ୍ଛେଦ ପରେ ମୃତ୍ୟର କାରଣ ଜଣାପଡିବ।

ସେ ବିଜେଡିରୁ ଦୁଇଥର ବିଧାୟକ ହୋଇଥିଲେ। ସେ  ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ। ତା’ପରେ ଆଉ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ବିଜୟ ମହାନ୍ତି ଅବିବାହିତ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି.

Share This Article