ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ,ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ। ୨୦୦୯ ଏବଂ ୨୦୧୪ ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତା କୁ ପ୍ରମାଣିତ କରିଛନ୍ତି।

ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ଭୁବନେଶ୍ୱର ଯୁବ ବର୍ଗ ଙ୍କ ପାଖ ରେ ବାଦଲ ଭାଇ ଭାବେ ସେ ସୁପରିଚିତ ଥିଲେ। ସମାଜ ର ଗରିବ ଓ ଅବହେଳିତ ଙ୍କ କଲ୍ୟାଣ ସାଧନ କୁ ସେ ସର୍ବଦା ପ୍ରାଧାନ୍ୟ ଦେଉଥିଲେ।

ତାଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Share This Article