ଜାତୀୟ ନାଟକ ମହୋତ୍ସବ- ୨୦୨୪ ଉଦଘାଟିତ

Odisha Hot News
1 Min Read

ଭୁବନେଶ୍ଵର: କଳାହାଣ୍ଡି ଜିଲ୍ଲା ଟାଉନ୍ ହଲ୍ ଠାରେ ‘ସ୍ମାରକୀ ନାଟ୍ୟ ସଂସ୍ଥା’ ତରଫରୁ ନାଟ୍ୟରଶ୍ମି ପ୍ରଫୁଲ୍ଲ ରଥ ସ୍ମାରକୀ ଜାତୀୟ ନାଟକ ମହୋତ୍ସବ – ୨୦୨୪ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ତଥା ଗବେଷକ ଉମା ଶଙ୍କର କର, ସାରଳା ପୁରସ୍କାର ପ୍ରାପ୍ତ ତଥା ବିଶିଷ୍ଟ ସଂସ୍କୃତିବିତ୍ ଜୟନ୍ତ ବେହେରା, ଶିକ୍ଷାବିତ୍ ତଥା ବରିଷ୍ଠ ନାଟ୍ୟକାର ଉମେଶ ଚନ୍ଦ୍ର ଶତପଥୀ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।

କାର୍ଯ୍ୟକ୍ରମର ସଭାପତିତ୍ଵ କରିଥିଲେ ସ୍ମାରକୀ ନାଟ୍ୟ ସଂସ୍ଥାର ସଭାପତି ପ୍ରବୋଧ ରଥ। ପ୍ରଥମ ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ପରିବେଷିତ ହୋଇଥିଲା ନାଟକ “ଅର୍ଦ୍ଧବାକ୍ୟ”। ଏହାକୁ ଅଭିନୟ, ପରିକଳ୍ପନା ଓ ନିର୍ଦ୍ଦେଶନା ଦେଇଥିଲେ ତଥାଗତ ମିଶ୍ର। ସେହିଭଳି ପ୍ରଥମ ସନ୍ଧ୍ୟାର ଦ୍ଵିତୀୟ ପର୍ଯ୍ୟାୟରେ ସ୍ମାରକୀ ନାଟ୍ୟ ସଂସ୍ଥା ଦ୍ଵାରା ପରିବେଷଣ ହୋଇଥିଲା ନାଟକ ‘ଜୟଯାତ୍ରା’।

ଏହି ନାଟକକୁ ବରିଷ୍ଠ ନାଟ୍ୟକାର ମନୋଜ ରଥ ରଚନା କରିଥିବା ବେଳେ ଯୁବ ନିର୍ଦ୍ଦେଶକ ସୌରଭ ମହାପାତ୍ର ନିର୍ଦ୍ଦେଶନା ଦେଇଥିଲେ। ଉଭୟ ନାଟକଟି ବେଶ୍ ମନମୁଗ୍ଧକର ହେବାସହ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ଟାଉନହଲରେ ଦର୍ଶକଙ୍କ ଭିଡ ଏବଂ ଅଜସ୍ର କରତାଳି ଅଭିନେତାଙ୍କୁ ଆହୁରି ଉତ୍ସାହିତ କରିଥିଲା।।

Share This Article