ସାରା ଓଡ଼ିଶାରେ ହର୍ଷ ଓ ଆନନ୍ଦରେ ପାଳିତ ହେଉଛି ‘ବଡଦିନ’

Odisha Hot News
1 Min Read

ଭୁବନେଶ୍ବର: ସାରା ଓଡ଼ିଶାରେ ବେଶ୍‌ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଉଛି ବଡଦିନ। ପ୍ରଭୁ ଯୀଶୁଙ୍କର ଜନ୍ମଦିନ ଅର୍ଥାତ୍‌ ବଡଦିନ ପାଇଁ ସାରା ରାଜ୍ୟରେ ଏକ ଖୁସିର ଉତ୍ସବ ଲାଗି ରହିଛି। ଏହି ଅବସରରେ ବିଭିନ୍ନ ଚର୍ଚ୍ଚ ପକ୍ଷରୁ ସ୍ବତନ୍ତ୍ର ପ୍ରାର୍ଥନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇଛି। ଆଜି ମଧ୍ୟରାତ୍ରିରେ ପ୍ରଭୁ ଯୀଶୁଙ୍କର ଜନ୍ମ ହୋଇଥିବାବେଳେ ଏହାକୁ ବେଶ୍‌ ସ୍ବତନ୍ତ୍ର ଢଙ୍ଗରେ ପାଳନ କରିଛନ୍ତି ଖ୍ରୀଷ୍ଟିଆନ୍‌ ଧର୍ମାବଲମ୍ବୀମାନେ।

ବଡ଼ଦିନ ଅବସରରେ ରାଜ୍ୟର ବିଭିନ୍ନ ଚର୍ଚ୍ଚଗୁଡ଼ିକରେ ଆଲୋକସଜ୍ଜା କରାଯିବା ସହିତ କ୍ରିସମାସ ଟ୍ରି, ମହମବତୀ ଓ ଘଣ୍ଟି ଦ୍ବାରା ସଜାଯାଇଛି। ଗତକାଲି ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ଚର୍ଚ୍ଚଗୁଡ଼ିକରେ ବିଶେଷ ପ୍ରାର୍ଥନା କରାଯାଇଥିଲା। ଏଥିରେ ହଜାର ହଜାର ଖ୍ରୀଷ୍ଟଧର୍ମାବଲମ୍ବୀମାନେ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ଚର୍ଚ୍ଚ ପକ୍ଷରୁ ଭଜନ, ପ୍ରାର୍ଥନା, ଗୀତ ଓ ଉପହାର ଆଦାନ ପ୍ରଦାନ  କରାଯାଇଥିଲା। ଭୁବନେଶ୍ବର କଟକ ବ୍ୟତୀତ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା, କନ୍ଧମାଳ ଆଦି ସହରଗୁଡ଼ିକରେ ବେଶ୍‌ ଶାନ୍ତିପୂର୍ଣ୍ଣ ଭାବରେ ବଡଦିନ ପାଳନ କରାଯାଉଛି। ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ବଡଦିନର ଶୁଭେଚ୍ଛା ଜଣାଇଛନ୍ତି।

Share This Article