ଆଜି ଓ ଆସନ୍ତାକାଲି ସିଂହଦ୍ଵାର ଦେଇ ଜଗା ଦର୍ଶନ କରିପାରିବେ ଶ୍ରଦ୍ଧାଳୁ: ଜାଣନ୍ତୁ ଶ୍ରୀମନ୍ଦିରରେ କ’ଣ ରହିଛି ବ୍ୟବସ୍ଥା?

Odisha Hot News
1 Min Read

ପୁରୀ: ପୁରୀରେ ୨୦୨୪ କୁ ବିଦାୟ ଦେବା ସହ ଇଂରାଜୀ ନବବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ନେଇ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିରରେ ଭକ୍ତମାନେ କିଭଳି ଶୃଙ୍ଖଳାରେ ଯାଇ ଦର୍ଶନ କରିପାରିବେ ଏବଂ ନୀତି କାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ସବିଶେଷ ଆଲୋଚନା ହୋଇଥିଲା।

ତେବେ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସମସ୍ତ ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା ସହ ଭକ୍ତଙ୍କ ପାଇଁ ପର୍ଯ୍ୟାପ୍ତ ମାତ୍ରାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବ।ସେହିପରି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ସହିତ ସହରରେ ଟ୍ରାଫିକ ସୁପରିଚାଳନା, ଆଇନ ଶୃଙ୍ଖଳା ରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଅଛି। ସମ୍ପୂର୍ଣ୍ଣ ଶ୍ରୀକ୍ଷେତ୍ରକୁ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଥିବା ବେଳେ ସିସିଟିଭି ନଜରରେ ରହିବ।

ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ କେବଳ ସିଂହଦ୍ଵାର ଦେଇ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାରରେ ପ୍ରସ୍ଥାନ ପାଇଁ ବ୍ୟବସ୍ଥା କରାଯାଇଛି।

ଭକ୍ତ ଓ ଶ୍ରଦ୍ଧାଳୁ ମାନେ ମାର୍କେଟ ଛକ ଠାରୁ ନିର୍ମାଣ ହୋଇଥିବା ବ୍ୟାରିକେଡ ମାଧ୍ୟମରେ ଆସି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ବୈଠକରେ ପୁରୀ ଏସପି ଙ୍କ ସମେତ ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ ତଥା ଉପଜିଲ୍ଲାପାଳ ସାମିଲ୍ ହୋଇଥିଲେ।

Share This Article