ସ୍ୱାମୀର ତୀର ମାଡରେ ସ୍ତ୍ରୀ ମୃତ

Odisha Hot News
1 Min Read

ଭୁବନେଶ୍ଵର: ସ୍ୱାମୀର ତୀର ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଛି। ବାମେବାରୀ ଥାନାର ହାଣ୍ଡିଭଙ୍ଗା ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି। ପୋଲିସର ପ୍ରାଥମିକ ତଦନ୍ତ ଅନୁସାରେ ଏହି ଗାଁର ଦଶରା ମୁଣ୍ଡାଙ୍କ ସ୍ତ୍ରୀ ଚନି ମୁଣ୍ଡାର ଅନ୍ୟ ଜଣେ ପୁରୁଷଙ୍କ ସହ ସଫର୍କକୁ ନେଇ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ସବୁ ବେଳେ ଝଗଡା ହେଉଥିଲା।

ଗତକାଲି ବିଳମ୍ବିତ ରାତିରେ ମଧ୍ୟ ସେହି ଘଟଣାକୁ ନେଇ ଝଗଡ଼ା ହୋଇଥିଲା ଫଳରେ ଦଶରା ମୁଣ୍ଡା ଉତ୍ୟକ୍ତ ହୋଇ ଚିନି ମୁଣ୍ଡାଙ୍କୁ ତୀର ମାଡ କରିଥିଲେ। ତୀରଟି ଚିନିଙ୍କ ଛାତିରେ ବାଜିଥିଲା। ଆଜି ସକାଳୁ ସ୍ୱାମୀ ଦଶରା ଓ ତାଙ୍କ ପରିବାର ଲୋକେ ଚିନି ଙ୍କୁ ଆଣି ଝୁମ୍ପୁରା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ କିଛି ସମୟ ପରେ ଚିନି ଙ୍କର ମୃତ୍ୟୁ ଘଟିଥିଲା।  ସ୍ୱାମୀକୁ ଅଟକ ପୋଲିସ ଅଧିକ ରଖି ପଚରାଉଚରା କରୁଛି।

Share This Article