ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରବାସୀ ଭାରତୀୟ ଦିବସରେ ଦେବେ ଯୋଗ

Odisha Hot News
0 Min Read

ଭୁବନେଶ୍ବର: ଆଜି ଅପରାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବିମାନ ବନ୍ଦରରୁ ସିଧା ରାଜଭବନ ଆସିଛନ୍ତି। ସେଠାରେ ସେ ରାତ୍ରୀ ଯାପନ କରିବେ। ଆସନ୍ତାକାଲି ସେ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ଉଦଜାପନୀ ଉତ୍ସବରେ ଯୋଗଦେବେ।

ଆଜି ରାଷ୍ଟ୍ରପତି ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ହରିବାବୁ କୁମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ବାଗତ କରିଥିଲେ। ଏଥିସହିତ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଏବଂ ବିଜେପି ନେତାମାନେ ମଧ୍ୟ ବିମାନ ବନ୍ଦରରେ ସ୍ବାଗତ କରିଥିଲେ।

Share This Article