ଛତ୍ରପୁରରେ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନାର ଶୁଭାରମ୍ଭ

Odisha Hot News
1 Min Read

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ଆନୁକୁଲ୍ୟରେ ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଛତ୍ରପୁର ଗୋଷ୍ଠୀ ଶିକ୍ଷାଧିକାରୀ ଦ୍ୱାରିକାନାଥ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ତହସିଲଦାର ମନୋଜ କୁମାର ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ବାବେ ସମଗ୍ର ଶିକ୍ଷା ଅଭିଯାନ ରେ ଜିଲ୍ଲା ଅନ୍ତଃର୍ନିବେଶୀ ଶିକ୍ଷା ସଂଯୋଜକ ତପନ କୁମାର ସାହୁ ଓ ସମ୍ମାନିତ ଅତିଥି ଭାବେ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସଂଯୁକ୍ତା ରଥ ଯୋଗ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଚକ୍ଷୁ ବିଷେଷଜ୍ଞ ଡାକ୍ତର ଶୀଲା ସିତାରାମ ଓ ପ୍ରଦୀପ ବେହେରା ଯୋଗ ଦେଇ ୧୫୦ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରିବା ସହିତ ଆବଶ୍ୟକୀୟ ଚିକିତ୍ସା ଯୋଗାଇ ଦେଇଥିଲେ। ଆଗାମୀ ଦିନରେ ଛତ୍ରପୁର ବ୍ଲକ ୭ ଟି ସ୍ଥାନରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି।

Share This Article