ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ

Odisha Hot News
1 Min Read

ଭୁବନେଶ୍ବର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ 20 ହଜାର ଟଙ୍କାର ପେନସନ ମିଳିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।

୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ।

ସୂଚନା ଯୋଗ୍ୟ ଯେ 25 ଜୁନ୍ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ

Share This Article