ମକର ସଂକ୍ରାନ୍ତିରେ ପ୍ରଭୃ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ସେବାୟତଙ୍କ ମଧ୍ୟରେ ବିବାଦ

Odisha Hot News
1 Min Read

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହିଦିନ ଦେବଦେବ ମହାଦେବଙ୍କ ନିକଟରେ ମକର ଚାଉଳ ଲାଗି କରାଯାଏ। ତେବେ ଏହାକୁ ନେଇ ପ୍ରଭୃ ଲିଙ୍ଗରାଜଙ୍କ ସେବାୟତଙ୍କ ମଧ୍ୟରେ ଲାଗିଛି ବିବାଦ। ଫଳରେ ଗତକାଲି ରାତି ଆଠଟାରୁ ପ୍ରଭୃଙ୍କ ପୂଜା ନୀତି ଆଜି ସକାଳ ପର୍ଯ୍ୟନ୍ତ ବନ୍ଦ ରହିଛି।

ଘଟଣାରୁ ଜଣାପଡିଛି ଯେ,ଗତକାଲି ପବିତ୍ର ପୁଷ୍ୟାଭିଷେକରେ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହୋଇଥିଲେ। ସେଠାରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ।ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ। କିନ୍ତୁ ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ। ଯାହାକୁ ମାହାସୁଆର ନିଯୋଗ ବିରୋଧ କରିଥିଲେ। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଫଳରେ ମହାପ୍ରଭୁ ଲିଙ୍ଗରାଜଙ୍କର ଗତକାଲିଠୁ ନୀତିକାନ୍ତି ବନ୍ଦ ରହିବା ସହିତ ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି।

Share This Article